ଯୋହନ 4

ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ।

John 4:51 (UKJV) And as he was now going down, his servants met him, and told him, saying, Your son lives.

49ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।

50ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ।

51ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ।

52ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା।

53ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ “ତୁମ୍ଭର ପୁତ୍ର ବଞ୍ଚିଲାଣି” ବୋଲି ତାହାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା। ଆଉ, ସେ ଆପେ ଓ ତାହାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.