8ଯୀଶୁ ତାହାଙ୍କୁ କହିଲେ, “ଉଠ, ତୁମ୍ଭର ଖଟିଆ ଘେନି ଚାଲ।”
9ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେହି ଦିନ ବିଶ୍ରାମବାର ଥିଲା।
10ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ।
11କିନ୍ତୁ, ସେ ସେମାନଙ୍କୁ ଉତ୍ତର ଦେଲା, ଯେ ମୋତେ ସୁସ୍ଥ କଲେ, ସେ ମୋତେ କହିଲେ, “ତୁମ୍ଭର ଖଟିଆ ଘେନି ଚାଲ।”
12ସେମାନେ ତାହାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ?