12ସେମାନେ ତାହାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ?
13କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।
14ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”
15ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।
16ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।