ଯୋହନ 5

ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।

John 5:15 (UKJV) The man departed, and told the Jews that it was Jesus, which had made him whole.

13କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।

14ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”

15ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।

16ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।

17ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.