ଯୋହନ 5

ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।

John 5:16 (UKJV) And therefore did the Jews persecute Jesus, and sought to slay him, because he had done these things on the sabbath day.

14ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”

15ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।

16ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।

17ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”

18ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.