ଯୋହନ 5

ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”

John 5:17 (UKJV) But Jesus answered them, My Father works until now, and I work.

15ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।

16ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।

17ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”

18ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।

19ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.