ଯୋହନ 5

ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ।

John 5:2 (UKJV) Now there is at Jerusalem by the sheep market a pool, which is called in the Hebrew tongue Bethesda, having five porches.

1ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ।

2ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ।

3ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;

4କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.