ଯୋହନ 5

ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।

John 5:21 (UKJV) For as the Father raises up the dead, and replenishes life to them; even so the Son gives life to whom he will.

19ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି।

20କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ।

21ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।

22ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।

23ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.