24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।
28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,