ଯୋହନ 5

ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।

John 5:27 (UKJV) And has given him authority to execute judgment also, because he is the Son of man.

25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।

26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;

27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।

28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,

29ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.