ଯୋହନ 5

ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।

John 5:32 (UKJV) There is another that bears witness of me; and I know that the witness which he witnesses of me is true.

30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।

31ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।

32ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।

33ତୁମ୍ଭେମାନେ ଯୋହନଙ୍କ ନିକଟକୁ ଲୋକ ପଠାଇଅଛ ଓ ସେ ସତ୍ୟ ସପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି;

34କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.