31ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।
32ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।
33ତୁମ୍ଭେମାନେ ଯୋହନଙ୍କ ନିକଟକୁ ଲୋକ ପଠାଇଅଛ ଓ ସେ ସତ୍ୟ ସପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି;
34କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି।
35ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।