2ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ।
3ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;
4କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]
5ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା।
6ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, “ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?”