38ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ।
39ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
40କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ।
41ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,
42ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ବରଙ୍କ ପ୍ରେମ ନାହିଁ।