ଯୋହନ 5

ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।

John 5:44 (UKJV) How can all of you believe, which receive honour one of another, and seek not the honour that comes from God only?

42ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ବରଙ୍କ ପ୍ରେମ ନାହିଁ।

43ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।

44ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।

45ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି।

46କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାଆନ୍ତ, ତେବେ ମୋତେ ବିଶ୍ୱାସ କରିଥାଆନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.