6ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, “ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?”
7ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ।
8ଯୀଶୁ ତାହାଙ୍କୁ କହିଲେ, “ଉଠ, ତୁମ୍ଭର ଖଟିଆ ଘେନି ଚାଲ।”
9ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେହି ଦିନ ବିଶ୍ରାମବାର ଥିଲା।
10ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ।