20କିନ୍ତୁ ସେ ସେମାନଙ୍କୁ କହିଲେ, “ଏ ତ ମୁଁ, ଭୟ କର ନାହିଁ।”
21ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା।
22ସେ ସ୍ଥାନରେ ଗୋଟିଏ ସାନ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ।
23ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
24ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।