23ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
24ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।
25ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?
26ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।
27କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ବର ମୁଦ୍ରାଙ୍କିତ କଲେ।”