ଯୋହନ 6

କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”

John 6:27 (UKJV) Labour not for the food which perishes, but for that food which endures unto everlasting life, which the Son of man shall give unto you: for him has God the Father sealed.

25ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?

26ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।

27କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”

28ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ବରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?

29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.