28ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ବରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।”
30ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?
31ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ।
32ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;