30ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?
31ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ।
32ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
33କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”
34ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ।