33କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”
34ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ।
35ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
36କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।
37ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;