34ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ।
35ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
36କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।
37ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
38କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।