36କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।
37ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
38କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
39ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
40କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।