ଯୋହନ 6

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।

John 6:43 (UKJV) Jesus therefore answered and said unto them, Murmur not among yourselves.

41ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,

42ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି?

43ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।

44ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।

45ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.