ଯୋହନ 6

କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।

John 6:46 (UKJV) Not that any man has seen the Father, save he which is of God, he has seen the Father.

44ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।

45ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।

46କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।

47ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।

48ମୁଁ ଜୀବନଦାୟକ ଆହାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.