45ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।
46କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।
47ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
48ମୁଁ ଜୀବନଦାୟକ ଆହାର।
49ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।