46କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।
47ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
48ମୁଁ ଜୀବନଦାୟକ ଆହାର।
49ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।
50କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।