47ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
48ମୁଁ ଜୀବନଦାୟକ ଆହାର।
49ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।
50କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।
51ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”