53ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
54ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
55କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।
56ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।
57ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ।