55କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।
56ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।
57ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ।
58ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”
59ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।