61କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
62ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ?
63ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।
64କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।
65ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।”