64କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।
65ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।”
66ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ।
67ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, “ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?”
68ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;