68ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
69ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।
70ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”
71ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା।