10କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ।
11ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?
12ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।
13ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ।
14କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ।