ଯୋହନ 8

ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]

John 8:11 (UKJV) She said, No man, Lord. And Jesus said unto her, Neither do I condemn you: go, and sin no more.

9ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।

10ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାହାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ?

11ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]

12ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”

13ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.