ଯୋହନ 8

ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ।

John 8:13 (UKJV) The Pharisees therefore said unto him, You bear record of yourself; your record is not true.

11ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]

12ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”

13ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ।

14ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ।

15ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.