ଯୋହନ 8

ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖାଅଛି।

John 8:17 (UKJV) It is also written in your law, that the testimony of two men is true.

15ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ।

16କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି।

17ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖାଅଛି।

18ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି।”

19ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.