23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।”
24ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।”
25ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି।
26ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।”
27ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ।