24ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।”
25ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି।
26ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।”
27ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ।
28ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।