36ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
37ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ।
38ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର।”
39ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
40କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ।