2ତହିଁ ଆରଦିନ ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
3ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
4ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି।
5ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?
6ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ।