39ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
40କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ।
41ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର।
42ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।”
43ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।