ଯୋହନ 8

କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ।

John 8:45 (UKJV) And because I tell you the truth, all of you believe me not.

43ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।

44ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।

45କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ।

46ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ?

47ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.