46ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ?
47ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ।
48ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?
49ଯୀଶୁ ଉତ୍ତର ଦେଲେ, “ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ।
50କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି।