ଯୋହନ 8

କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି।

John 8:50 (UKJV) And I seek not mine own glory: there is one that seeks and judges.

48ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?

49ଯୀଶୁ ଉତ୍ତର ଦେଲେ, “ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ।

50କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି।

51ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”

52ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.