ଯୋହନ 8

ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।

John 8:55 (UKJV) Yet all of you have not known him; but I know him: and if I should say, I know him not, I shall be a liar like unto you: but I know him, and keep his saying.

53ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?

54ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;

55ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।

56ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।”

57ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.