54ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;
55ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।
56ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।”
57ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ?
58ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।”