5ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?
6ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ।
7ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ।
8ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ।
9ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।