ଯୋହନ 9

ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ।

John 9:12 (UKJV) Then said they unto him, Where is he? He said, I know not.

10ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା?

11ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶୀଲୋହ ପୋଖରୀକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି।

12ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ।

13ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ।

14ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.